ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ଯୁବ ବାହିନୀର ୮୮ଜଣ ସଦସ୍ୟ ଆସନ୍ତାକାଲି ବିଦେଶ ଗସ୍ତରେ ଯିବେ। ସେମାନେ ମାର୍ଚ୍ଚ ୩ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଗସ୍ତରେ ରହିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ପ୍ରେସ ରିଲିଜରେ କୁହାଯାଇଛି।
ବିଜୁ ଯୁବ ବାହିନୀର ଏହି ୮୮ଜଣ ସଦସ୍ୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିବାବେଳେ ସେମାନେ ସିଙ୍ଗାପୁର ରହଣି ସମୟରେ ସେଠାକାର କଳା, ସଂସ୍କୃତି,କ୍ରୀଡ଼ା ଓ ମନୋରଞ୍ଜନ ସ୍ଥଳୀ, ଶିଳ୍ପ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଓ ପର୍ଯ୍ୟଟନ ସ୍ଥଳ ପରିଦର୍ଶ କରି ଯୁବଗୋଷ୍ଠୀଙ୍କ ସହ ଭାବ ବିନିମୟ କରିବେ। ଏହି ଗସ୍ତ ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଜଣାପଡ଼ିଛି। ସରକାରୀ ଅର୍ଥରେ ବିଜୁ ଯୁବ ବାହିନୀ ସଦସ୍ୟଙ୍କ ଏଭଳି ବିଦେଶ ଗସ୍ତକୁ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା କଡ଼ା ଭାଷାରେ ସମାଲୋଚନା କରିଛି। ସୂଚନାଯୋଗ୍ୟ, ବିଜୁ ଯୁବ ବାହିନୀର ସଦସ୍ୟମାନେ ଶାସକ ବିଜେଡିର କର୍ମୀ ଭାବେ ପରିଚିତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।