ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୮ ଦିନରେ ଓଡ଼ିଶା ପୁଲିସ୍ ୮୯୪ ଜଣ ନିଖୋଜ ଶିଶୁଙ୍କୁ ଉଦ୍ଧାର କରିଛି। ଏକ ସ୍ବତନ୍ତ୍ର ଅପରେସନ୍ ନେଇ ପୁଲିସ୍ ଡିଜି ଅଭୟ ଏହି ସୂଚନା ଦେଇଛନ୍ତି। ଜାନୁଆରୀ ୨୮ରୁ ୨୫ ତାରିଖ ପର୍ଯ୍ୟନ୍ତ ନିଖୋଜ ଶିଶୁ ଉଦ୍ଧାର ଅଭିଯାନ ଚାଲିଥିଲା। ଏହି ୮ ଦିନ ଭିତରେ ପାଖାପାଖି ୯୦୦ ନିଖୋଜ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ଶିଶୁଙ୍କ ମଧ୍ୟରୁ ୮୦୦ ଜଣ ବାଳିକା ଏବଂ ୯୪ଜଣ ବାଳକ ହୋଇଥିବା ଅଭୟ ସୂଚନା ଦେଇଛନ୍ତି।
ଏହି ତାଲିକାରେ ଆଗରେ ରହିଛି କେନ୍ଦ୍ରାପଡ଼ା, ଯେଉଁଠାରୁ ୧୨୭ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ସେହିପରି ମୟୂରଭଞ୍ଜରୁ ୧୧୧, ବାଲେଶ୍ୱରରୁ ୮୮ ଜଣ ଉଦ୍ଧାର ହୋଇଛନ୍ତି। ତେବେ ବିଭିନ୍ନ ଜିଲ୍ଲା ଏସପିଙ୍କ ଦ୍ୱାରା ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ଡିଜିପି ଅଭୟ।
ସୂଚନାଯୋଗ୍ୟ, ନ୍ୟାଶନାଲ୍ କ୍ରାଇମ୍ ରେକର୍ଡ୍ସ ବ୍ୟୁରୋ (NCRB) ତଥ୍ୟ ଅନୁଯାୟୀ, ଓଡ଼ିଶାରେ ୨୦୧୯ରେ ୨୭.୧ ପ୍ରତିଶତ ଶିଶୁ ନିଖୋଜ ମାମଲା ରେକର୍ଡ ହୋଇଛି। ଏହି ମାମଲାରେ ବିଜେପି ଓଡ଼ିଶା ସରକାରଙ୍କୁ ଟାର୍ଗେଟ୍ କରି କହିଥିଲା ଯେ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ୪ହଜାର ଶିଶୁ ନିଖୋଜ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।