ଆଳି(ବନମାଳୀ ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭରତପୁର ଗାଁରେ ଡକାୟତି ଘଟଣାରେ ୯ଜଣଙ୍କୁ ଗିରଫ କରିଛି ପୁଲିସ୍। ସେମାନଙ୍କଠାରୁ ଦେଢଶହ ଗ୍ରାମ ଓଜନର ଅଳଙ୍କାର, ୪୨ ହଜାର ଟଙ୍କା ସହ ବହୁ ମାରଣାସ୍ତ୍ର ଜବତ ହୋଇଛି।
ଗତ ୨୯ ତାରିଖ ରାତିରେ ଆଳିରେ ୨ ଜଣଙ୍କ ଘରୁ ଏହି ଗ୍ୟାଙ୍ଗର ସଦସ୍ୟ ସଶସ୍ତ୍ର ଡକାୟତି କରିଥିଲେ । ଭରତପୁର ଗାଁର ହାଡ଼ିବନ୍ଧୁ ସାହୁ ଓ ଅଲେଖ ସାହୁଙ୍କ ଘର ଗ୍ରୀଲ କାଟି ଟଙ୍କା ଓ ସୁନାଗହଣା ଲୁଟି ନେବା ସହ ୪ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପୁଲିସ୍ ହାତରେ ଧରାପଡିଥିବା ଏହି ଡକାୟତମାନେ ଆଳି ଓ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଭିନ୍ନ ଡକାୟତି ମାମଲାରେ ସମ୍ପୃକ୍ତି ଥିବା ସୂଚନା ଦେଇଛନ୍ତି କେନ୍ଦ୍ରାପଡ଼ା ଏସ୍ପି ନୀତି ଶେଖର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।