/odisha-reporter/media/post_attachments/uploads/2021/11/rain-6.jpg)
rain
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଓ ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Advertisment
ପାଣିପାଗ ସୂଚନା ଅନୁସାରେ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଦୁଇରୁ ତିନି ଦିନ ହେବ ଶୀତର ପ୍ରକୋପ କମ୍ ରହିଛି। ଗତକାଲି ରାତିରେ କିଛି ଜିଲ୍ଲାରେ ବର୍ଷା ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ମଧ୍ୟ ରାଜ୍ୟରେ କୋହଳା ପାଗ ଲାଗି ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
