ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ଶ୍ରମକାର୍ଡ ପାଇଁ ଆବେଦନ କରି ଘରକୁ ଫେରୁଥିବା ବେଳେ ଅଟୋ ଓଲଟି ପଡ଼ିବାରୁ ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦେବଗଡ଼ ଜିଲ୍ଲା ସମରଖାଇ ନିକଟରେ ଘଟିଛି ଏହି ଘଟଣା।
ଆଜି ସକାଳେ ବାରକୋଟ ବ୍ଲକ ବୁଡ଼ାଖମନ ଗାଁର ୯ ଜଣ ପୁରୁଷ ଓ ମହିଳା ଏକ ଅଟୋ ଯୋଗେ ଦେବଗଡ଼ରେ ଥିବା ଶ୍ରମ ବିଭାଗ କାର୍ଯ୍ୟାଳୟକୁ ଶ୍ରମକାର୍ଡ ଆବେଦନ ପାଇଁ ଆସିଥିଲେ। ଦିନ ପ୍ରାୟ ଗୋଟାଏ ବେଳେ ସେମାନେ ଗାଁକୁ ଫେରୁଥିବା ବେଳେ ସମରଖାଇ ଗାଁ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା l ଫଳରେ ସମସ୍ତେ ଆହତ ହୋଇଛନ୍ତି। ସେମାନଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।