ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩ ଜିଲ୍ଲାରୁ ଆଉ ୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂତନ ଭାବେ ଚିହ୍ନଟ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଗଞ୍ଜାମରୁ ୨୨ଜଣ, ଢେଙ୍କାନାଳରୁ ୧୦, ଭଦ୍ରକରୁ ୯ ଓ ନୟାଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ବରଗଡ଼,ସମ୍ବଲପୁର, ଅନୁଗୁଳ, ବାଲେଶ୍ୱର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
COVID-19 REPORT FOR 3rd JUNE
New positive cases: 90
In quarantine: 79
Local contacts: 11(Details of local contacts will be shared by concerned district administration)
1. Khordha: 25
2. Nayagarh: 7
3. Angul: 1
4. Balasore: 1
5. Bhadrak:9
6. Kalahandi: 1
7. Ganjam: 22— I & PR Department, Odisha (@IPR_Odisha) June 4, 2020
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଅନ୍ୟ ୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଏବେ ସମୁଦାୟ ଆକ୍ଟିଭ କେସ୍ ୧୦୫୩ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୪୧୬ ଜଣ। ଏହାବ୍ୟତୀତ କରୋନା ଯୋଗୁ ୭ ଜଣଙ୍କ ମୃତ୍ୟୁ ହୋଇଛି।
8. Sambalpur:1
9. Sundargarh: 5
10. Puri: 2
11. Cuttack: 5
12. Bargarh: 1
13. Dhenkanal: 10
Total Positive-90
New recoveries: 91
Cumulative tested: 165824
Positive: 2478
Recovered: 1416
Active cases: 1053— I & PR Department, Odisha (@IPR_Odisha) June 4, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।