Advertisment

ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା ପୁଣି ୧୦ ହଜାର ମୁହାଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନି ଦିନର ବ୍ୟବଧାନ ପରେ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୧୦ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୫୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୧୯୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୩୩ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ […]

author-image
Jitendra Garnayak
ଅଦ୍ୟତନ ହୋଇଛି
‘ଆବଶ୍ୟକ ନ ଥିଲେ ହସ୍ପିଟାଲ ଯାଅନି, ଘରେ ରୁହ, ମନୋବଳ ଦୃଢ଼ କର’

Corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନି ଦିନର ବ୍ୟବଧାନ ପରେ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୧୦ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୫୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୧୯୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୩୩ ଜଣଙ୍କ ମୃତ୍ୟୁ ଘଟିଛି।

Advertisment

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୬, ମୟୂରଭଞ୍ଜରୁ ୬୯୫, ସୁନ୍ଦରଗଡ଼ରୁ ୫୯୫, ଅନୁଗୋଳରୁ ୫୬୨ ଓ ପୁରୀ ଜିଲ୍ଲାରୁ ୫୨୮ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୩୦୨ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୮୪, ଭଦ୍ରକରୁ ୪୬୪, ବଲାଙ୍ଗିରରୁ ୧୦୧, ବୌଦ୍ଧରୁ ୧୭୭, ଦେବଗଡ଼ରୁ ୬୧, ଢେଙ୍କାନାଳରୁ ୧୧୭, ଗଜପତିରୁ ୬୯, ଗଞ୍ଜାମରୁ ୧୫୦, ଜଗତସିଂହପୁରରୁ ୨୯୯, ଯାଜପୁରରୁ ୪୮୯, ଝାରସୁଗୁଡ଼ାରୁ ୧୪୦, କଳାହାଣ୍ଡିରୁ ୩୧୫, କନ୍ଧମାଳରୁ ୧୦୭, କେନ୍ଦ୍ରାପଡ଼ାରୁ ୧୧୪, କେନ୍ଦୁଝରରୁ ୧୭୭, କୋରାପୁଟରୁ ୨୧୫, ମାଲକାନଗିରିରୁ ୧୨୩, ନବରଙ୍ଗପୁରରୁ ୨୫୪, ନୟାଗଡ଼ରୁ ୨୩୦, ନୂଆପଡ଼ାରୁ ୫୦, ରାୟଗଡ଼ାରୁ ୧୬୪, ସମ୍ବଲପୁରରୁ ୨୨୯ ଓ ସୋନପୁର ଜିଲ୍ଲାରୁ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୨୭ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୯୫୪୧ଟି ନୂଆ କେସ୍ ଆସିବା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୫୬ ହଜାର ୬୮୪ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୫୮ ହଜାର ୬୪୬ ଜଣ ସୁସ୍ଥ ହୋଇସାରିଛନ୍ତି। ୯୫ ହଜାର ୨୬୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୩୩ ଜଣ ଆଖି ବୁଜିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ବାତ୍ୟା ‘ୟାସ୍‌’ ଯୋଗୁ ଟେଷ୍ଟିଂ କମ୍ ରହିଥିବାରୁ ତିନି ଦିନ ଧରି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ତଳେ ରହିଥିଲା।

Corona Cases In Odisha