ରାଜ୍ୟର ୯୬ ଜଣ ପ୍ରାଥମିକ ଶିକ୍ଷକ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ଯ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସେମାନଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ଆଜି ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବିନାନୁମତିରେ ବହୁ ଶିକ୍ଷକ ଦୀର୍ଘଦିନ ଧରି ଅନୁପସ୍ଥିତ ରହୁଥିବା ଯୋଗୁ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ […]

secretariat

Ordigital Desk
  • Published: Monday, 19 December 2022
  • , Updated: 19 December 2022, 08:38 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ଯ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସେମାନଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି ।

ଆଜି ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବିନାନୁମତିରେ ବହୁ ଶିକ୍ଷକ ଦୀର୍ଘଦିନ ଧରି ଅନୁପସ୍ଥିତ ରହୁଥିବା ଯୋଗୁ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବାବେଳେ ୧୫୪ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ପାଇଁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ଯ୍ୟ କ୍ଷେତ୍ରରେ ଅବହେଳା କରୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଉଚିତ୍ ଦଣ୍ଡବିଧାନ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ଉଲ୍ଲେଖଯୋଗ୍ୟ, ଗତ ୧୬ ଓ ୧୭ତାରିଖ ଦୁଇଦିନ ଧରି ସେଣ୍ଟ୍ରାଲ ଜୋନର ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ଓ ସମୀକ୍ଷା ବୈଠକରେ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଓ ଗୁଣାତ୍ମକ ଶିକ୍ଷାଦାନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଦୀର୍ଘବର୍ଷ ଧରି ପ୍ରାୟ ୨୫୦ଜଣ ଶିକ୍ଷକ ବିନାନୁମତିରେ ଅନୁପସ୍ଥିତ ରହିଛନ୍ତି ।

Related story