କଲ୍ୟାଣସିଂହପୁର(ମାଉଡି ବାରିକ): ବ୍ୟାପକ ବ୍ୟବସ୍ଥା ସତ୍ତ୍ୱେ କରୋନା ଆୟତ୍ତକୁ ଆସୁନାହିଁ। ସ୍କୁଲ ଓ କଲେଜରେ ମାଡ଼ି ଚାଲିଛି କରୋନା। ରାୟଗଡ଼ାରେ ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ଛାତ୍ର ଓ ସମ୍ୱଲପୁରରେ ୪ ଜଣ ଆକ୍ରାନ୍ତ ହୋଇଛନ୍ତି।
ଗତ ୧୪ ତାରିଖରେ ରାୟଗଡ଼ା ଗୋବିନ୍ଦ ଚନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟର ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ପଢ଼ୁଥିବା ୧୪୦ ଛାତ୍ରଛାତ୍ରୀଙ୍କ ଆର୍ଟିପିସିଆର୍ ଟେଷ୍ଟ କରାଯାଇଥିଲା। ସେମାନଙ୍କ ଭିତରୁ ନବମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରକୁ କରୋନା ହୋଇଥିବା ସ୍ପଷ୍ଟ ହୋଇଥିଲା। କରୋନା ଚିହ୍ନଟ ହେବା ପରେ ସ୍କୁଲକୁ ସାନିଟାଇଜ୍ କରାଯାଇଛି। ତାକୁ ସଙ୍ଗରୋଧରେ ରଖାଯାଇଛି। କରୋନା ଗାଇଡ୍ଲାଇନ୍କୁ କଡ଼ାକଡ଼ି କରାଯାଇଛି। କରୋନା ଆକ୍ରାନ୍ତ ହୋଇଥିବା ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇଛି।
ସେପଟେ ସମ୍ବଲପୁର ଜିଲ୍ଲା ଶାସନ ଥାନା ଅଞ୍ଚଳରେ ଏକ ଘରୋଇ ଆବାସିକ କଲେଜରେ ୩ ଛାତ୍ର ଓ ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୪ ଜଣଙ୍କୁ ଆଇସୋଲେସନରେ ରଖାଯାଇଥିବା ଜିଲ୍ଲା ପ୍ରଶାସନର ପକ୍ଷରୁ ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।