ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ। ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ବିଜେଡିର ୪ ଜଣ ଯାକ ପ୍ରାର୍ଥୀ ବିଜୟୀ ହେବା ନିଶ୍ଚିତ। ବିଜେଡି ପକ୍ଷରୁ ମୁଖପାତ୍ର ସସ୍ମିତ ପାତ୍ର, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ମୁଖପାତ୍ର ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ପ୍ରାର୍ଥୀ […]

BJd

Tapaswini Nayak
  • Published: Tuesday, 31 May 2022
  • , Updated: 31 May 2022, 02:48 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ। ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ବିଜେଡିର ୪ ଜଣ ଯାକ ପ୍ରାର୍ଥୀ ବିଜୟୀ ହେବା ନିଶ୍ଚିତ। ବିଜେଡି ପକ୍ଷରୁ ମୁଖପାତ୍ର ସସ୍ମିତ ପାତ୍ର, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ମୁଖପାତ୍ର ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ପ୍ରାର୍ଥୀ ହୋଇଛନ୍ତି।

ନାମାଙ୍କନ ଦାଖଲ ବେଳେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବିଜେଡିର ଅନେକ ବିଧାୟକ ଓ ନେତା ଉପସ୍ଥିତ ଥିଲେ। ତେବେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଥିବାରୁ ଉପସ୍ଥିତ ନ ଥିଲେ। ବିଜେଡି ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟସଭା ନିର୍ବାଚନ ନାମାଙ୍କନ ସମୟରେ ଦଳର ସୁପ୍ରିମୋ ଅନୁପସ୍ଥିତ ଥିଲେ। ତାଙ୍କ ପରିବର୍ତ୍ତେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ।

ନାମାଙ୍କନ ଦାଖଲ ପୂର୍ବରୁ ପ୍ରତିକ୍ରିୟା ରଖି ମାନସ ମଙ୍ଗରାଜ କହିଥିଲେ ଯେ, ରାଜ୍ୟର ସ୍ୱାର୍ଥ ସଂପର୍କିତ ପ୍ରସଙ୍ଗ ଶାଣିତ ଭାବେ ଉପସ୍ଥାପନ କରାଯିବ। ସେହିପରି ସସ୍ମିତ ପାତ୍ର କହିଥିଲେ ଯେ, ଆବାସ ଯୋଜନାରେ ଘର, ଶିକ୍ଷା ବ୍ୟବସ୍ଥା, ଗ୍ରାମୀଣ ବିକାଶ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯିବ।

Related story