ଜୟପୁର( ଟି ଗୌରିଶଙ୍କର): କୋରାପୁଟ ଜିଲ୍ଲା ବାରିଣୀପୁଟ ଅପର କୋଲାବରେ ଗତକାଲି ବିଳମ୍ବିତ ରାତିରେ ଏକ ପରିତ୍ୟକ୍ତ କୋଠା ଭୁଶୁଡି ପଡ଼ିବା ଫଳରେ ଜଣେ ୮ ବର୍ଷୀୟ ନାବାଳକର ମୃତ୍ୟୁ ଘଟିଛି। ମୃତକର ନାଁ ରସେଲ୍ ଖରା।
ଉକ୍ତ କୋଠା ତଳେ ଗୋଟିଏ ପରିବାରର ୪ ଜଣ ଛିଡ଼ା ହୋଇଥିବା ବେଳେ ଅଚାନକ୍ ତାହା ଭୁଶୁଡ଼ି ପଡ଼ିଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀଙ୍କ ନିକଟରୁ ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଅଗ୍ନିଶମ ବାହିନୀ ଓ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରିଥିଲେ । ସେମାନଙ୍କ ମଧ୍ୟରୁ ରସେଲ୍ଙ୍କ ମା’ ମହିଳା ସୂର୍ଯ୍ୟ ମଣି, ଭଉଣୀ ରଶ୍ମି ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ମାତ୍ର ଦୀର୍ଘ ସମୟ ଧରି ରସେଲ୍ର ପତ୍ତା ମିଳି ନ ଥିଲା। ପରିଶେଷରେ ଭଗ୍ନାବଶେଷ ତଳୁ ରାତି ପ୍ରାୟ ୧ଟା ୨୦ରେ ରସେଲ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହାପରେ ତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ
ଚନ୍ଦ୍ରଭାଗା ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତଙ୍କ ଉପସ୍ଥିତିରେ ଠାକୁରମାନଙ୍କ ଶୋଭାଯାତ୍ରା ଓ ମହାସ୍ନାନ ସମ୍ପର୍କରେ ଆଲୋଚନା କରାଯାଇଥିଲା।
Crime
ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ
ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି ପାରିଲେନି ଚାଷୀ। ପରିବାର ମୁହଁରେ କିପରି ଦାନା ଦେବେ ଭାବି ସେହିଠାରେ ହିଁ ସେ ଟଳି ପଡ଼ିଲେ।
Science & Environment
ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍ ଶୀଘ୍ର ହେବ ଟ୍ରାଙ୍କୁଲାଇଜ
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଓଡ଼ିଶା ବନ ବିଭାଗ ଜିନ୍ନତକୁ ଟ୍ରାକ କରୁଛନ୍ତି । ଜିନ୍ନତକୁ ଖାଦ୍ୟ ଦେବା ପାଇଁ ଚେଷ୍ଟା କରାଯାଉଛି । ଖାଦ୍ୟ ଗ୍ରହଣ କରିବା ପରେ ତାକୁ ଟ୍ରାଙ୍କୁଲାଇଜ୍ କରାଯିବ ।
Crime
ଚାଷ ଉଜାଡ଼ି ଦେଲା ଅଦିନିଆ ବର୍ଷା, ଜୀବନ ହାରିଲେ ଚାଷୀ
ଦୈତାରୀଙ୍କର ନିଜର କିଛି ବିଲ ନ ଥିବା ବେଳେ ସେ ଭାଗ ଚାଷ କରିଥାନ୍ତି। ଚଳିତ ବର୍ଷ ଚାଷ କରିବା ନିମନ୍ତେ ସେ ବହୁ ଟଙ୍କା଼ ଲୋନ୍ ବି କରିଥିଲେ।
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।