ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ପେଟ୍ରୋଲ୍ ପମ୍ପ ପରିସରରେ କାର୍ରେ ଲାଗିଲା ନିଆଁ। ଅଳ୍ପକେ ବର୍ତ୍ତିଲା ଧନ ଜୀବନ। ଆଜି ଏପରି ଘଟଣା ଷ୍ଟିଲ୍ ସିଟି ରାଉରକେଲାରେ ଘଟିଛି।
ଝାରଖଣ୍ଡ ରାଜ୍ୟର ରାଞ୍ଚି ଅଞ୍ଚଳର ଜଣେ ବ୍ୟକ୍ତି ରାଉରକେଲା ଆସିଥିଲେ। ସେ ଡେଲିମାର୍କେଟ୍ ରାମ ସେବକ କାଶୀନାଥ ପେଟ୍ରୋଲରେ ନିଜ କାରରେ ପେଟ୍ରୋଲ୍ ପକାଇଥିଲେ। ପେଟୋଲ୍ ପକାଇବା ପରେ ଗାଡ଼ି ଷ୍ଟାଟ୍ କରିବା ବେଳେ କାର୍ ଇଞ୍ଜିନରେ ନିଆଁ ଲାଗି ଯାଇଥିଲା। ନିଆଁ ଦେଖି ଚାଳକ କାର୍ ଛାଡ଼ି ଡେଇଁ ପଡ଼ିଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପ୍ଲାଣ୍ଟସାଇଟ୍ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଦେଇଥିଲେ। ଫଳରେ ଏକ ବଡ଼ ଧରଣର ଦୁର୍ଘଟଣା ଏଡାଇ ଦିଆଯାଇ ପାରିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।