ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୩୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ଯୁବକ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହି ୨୫ ବର୍ଷୀୟ ଯୁବକ ଜଣଙ୍କ ଡମଣା ଅଞ୍ଚଳର ହୋଇଥିବା ବେଳେ ସେ ମୁମ୍ବାଇରୁ ଫେରିଥିଲେ। ଏହାସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୩ ଜଣ ଚିକିତ୍ସାଧୀନ ଅଛନ୍ତି। ତିନି ଜଣଙ୍କର ମୃତ୍ୟୁ ଘଟିଛି।
ଏହା ପୂର୍ବରୁ ଗତକାଲି ଭୁବନେଶ୍ୱରରେ ଗୋଟିଏ ପରିବାରରୁ ଦୁଇ କରୋନା ପଜେଟିଭ ଚିହ୍ନଟ ହୋଇଥିଲେ। ସେମାନେ ପଟିଆ ଅଞ୍ଚଳରେ ହୋଇଥିବା ବେଳେ ଦିଲ୍ଲୀରୁ ଫେରି ହୋମ କ୍ୱରେଣ୍ଟାଇନରେ ରହିଥିଲେ। ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଆଠ ବର୍ଷ ଝିଅ।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨୫୭ ରହିଛି। ସେମାନଙ୍କ ମଧ୍ୟରୁ ୧୩୩ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୧୧୯ ଜଣ ଚିକିତ୍ସାଧୀନ ଅଛନ୍ତି। ଚାରିଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ତାହା କରୋନା ଯୋଗୁ ନୁହେଁ ବୋଲି ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ କହିଛି।
Update on newly detected & cured #COVID19 cases in the last 24 hrs under BMC area on 8th Jun 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/7wmBI7YIvI— BMC (@bmcbbsr) June 8, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।