ଆନନ୍ଦପୁର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଝୁମୁକିପାଟିଆ ସାହିରେ ଏକ ଦମ୍ପତିଙ୍କୁ କୌଣସି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଉଛନ୍ତି, ବାହାଡ଼ା ମୁର୍ମୁ ଓ ତାଙ୍କ ସ୍ତ୍ରୀ ଧାନୀ ମୁର୍ମୁ।
ଶନିବାର ରାତିରେ ସ୍ୱାମୀ-ସ୍ତ୍ରୀ ଘର ବାହାର ବରଣ୍ଡାରେ ଶୋଇଥିଲେ। ସେଠାରେ କବାଟ ଲାଗି ନାହିଁ। ସେମାନଙ୍କ ଝିଅ ସିନିଗି ମୁର୍ମୁ ଘର ଭିତରେ ଶୋଇଥିଲେ। ରାତି ପ୍ରାୟ ୧୨ଟା ବେଳେ କିଛି ଶବ୍ଦ ହେବାରୁ ସିନିଗି କବାଟ ଖୋଲି ବାହାରକୁ ଆସିଥିଲେ। ବାପାମା’ ଶୋଇଥିବା ଖଟରୁ ରକ୍ତ ବୋହୁଥିବା ସେ ଦେଖିବାକୁ ପାଇଥିଲେ। କମ୍ବଳ ଉଠାଇବାରୁ ତାଙ୍କ ବାପାମା’ଙ୍କୁ କେହି ହାଣି ପଳାଇଥିବା ଜାଣିବାକୁ ପାଇଥିଲେ।
ସିନିଗି ଘଟଣା ସଂପର୍କରେ ଗାଁ ଲୋକଙ୍କୁ ଜଣାଇଥିଲେ। ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚି ପୁଲିସ୍କୁ ଫୋନ୍ କରିଥିଲେ। ପୁଲିସ୍ ଘଟଣାସ୍ଥଳରେ ଛାନ୍ଭିନ୍ କରିବା ସହିତ ଶବ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।
କିଏ ଓ କାହିଁକି ବାହାଡ଼ା ମୁର୍ମୁ ଓ ତାଙ୍କ ପତ୍ନୀଙ୍କୁ ହତ୍ୟା କଲା, ତାହା ଜଣାପଡ଼ିନି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।