ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୨୦ରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ।  ଦକ୍ଷିଣ ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଚି ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ […]

low-pressure

low-pressure

Niharika Rout
  • Published: Monday, 17 October 2022
  • Updated: 17 October 2022, 01:49 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ।  ଦକ୍ଷିଣ ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଚି ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ।  ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟାରେ  ଅଧିକ ଘନୀଭୂତ ହେବା ସଂଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧ ମିଲିଲିଟର ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୩.୧ ମିଲିମିଟର ତୁଳନାରେ ୬୭% କମ୍‌ । ସମଗ୍ର ରାଜ୍ୟରେ ବହୁ ପରିମାଣରେ ବର୍ଷା କମିଛି। ଆସନ୍ତା ୪୮ ଘଣ୍ଟାରେ ଆଭ୍ୟନ୍ତରିଣ ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ଅପସାରଣ ହେବା ନିମନ୍ତ ବାଟ ଅନୁକୂଳ ରହିଛି ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଏନେଇ ସେ କହିଛନ୍ତି,  ସକାଳେ  ଏବେ ପାଗ ଶୁଖିଲା ରହୁଛି। ଏବେ ସାମାନ୍ୟ କୁହୁଡ଼ି ରହୁଥିବା ବେଳେ ହାଲକା ଥଣ୍ଡା ପବନ ରହୁଛି। ଯାହାକି ମୌସୁମୀ ଅପହରଣ ପାଇଁ ବେଶ୍‌ ଅନୁକୂଳ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷାର ବିଶେଷ ଆକଳନ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos