Advertisment

୯ରେ ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୪ ଘଣ୍ଟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ […]

ଅଦ୍ୟତନ ହୋଇଛି
୧୭ରୁ ପୁଣି ପ୍ରବଳ ବର୍ଷିବ

rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୪ ଘଣ୍ଟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଗଂଜାମ, ଗଜପତି, ରାୟଗଡ଼ା  ଓ କୋରାପୁଟ। ଏହାସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୯ ତାରିଖରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।  ଏହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ମାଲକାନଗିରି। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ୭ ସେଣ୍ଟିମିଟରରୁ ୨୦ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe