Advertisment

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି।  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର […]

ଅଦ୍ୟତନ ହୋଇଛି
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

cyclonic

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି।  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବ।

ଘୂର୍ଣ୍ଣିବଳୟର ପ୍ରଭାବ ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ତୀବ୍ରତା ଓ କେଉଁ ଆଡ଼କୁ ଯିବ ଆକଳନ କରାଯାଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଆକଳନ କରାଯାଇପାରିବ। ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ବର୍ତ୍ତମାନ ତାତିର କୌଣସି ସମ୍ପର୍କ ନାହିଁ।

Advertisment

ସେ ଆହୁରି କହିଛନ୍ତି, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ। ରାଜ୍ୟରେ ହିଟ୍‌ୱେଭ୍ ନେଇ କୌଣସି ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ  ହେବାର ସମ୍ଭାବନା ରହିଛି।

Low Pressure
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe