ପୁରୀ (ଓଡ଼ିଶା ରିପୋର୍ଟର): ମହାପ୍ରଭୁଙ୍କୁ ୪ କେଜି ୮୫୮ ଗ୍ରାମ ସୁନା ଓ ୩ କେଜି ୮୭୬ ଗ୍ରାମ ରୁପା ଦାନ କଲେ ଜଣେ ଦାତା। ପବିତ୍ର ସରସ୍ୱତୀ ପୂଜା ଅବସରରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯାଳୟରେ ସେହି ସୁନା ପହଞ୍ଚିଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର।
ମହାପ୍ରଭୁଙ୍କ ସ୍ୱର୍ଣ୍ଣା ଅଳଙ୍କାର, ଝୋବା, ଶ୍ରୀମୁଖ ପଦ୍ମ, ଦେବୀ ସୁଭଦ୍ରାଙ୍କ ତଡକୀ ତିଆରି କରାଯାଇଛି। ଏଥିରେ ଶ୍ରୀବଳଭଦ୍ରଙ୍କ ୪୦ଟି ଶ୍ରୀମୁଖ ପଦ୍ମ, ୨ ଝୋବା, ଶ୍ରୀଜଗନ୍ନାଥ ଙ୍କ ୫୩ଟି ଶ୍ରୀମୁଖ ପଦ୍ମ, ୨ଟି ଝୋବା, ଦେବୀ ସୁଭଦ୍ରାଙ୍କ ୨ ତଡକୀ, ୨ ଝୋବା ରହିଛି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ନାଜିର ଗୋଦାମ ଗୃହରେ ଯଉମୁଦ ଦିଆଯାଇ ଷ୍ଟ୍ରଙ୍ଗ ରୁମ୍ରେ ରହିଲା ଅଳଙ୍କାର। ସଶସ୍ତ୍ର ପୁଲିସ ମୁତୟନ, ଜଣେ ହାବିଲଦାରଙ୍କ ସହ ଚାରିଜଣ ଗାର୍ଡ ଜଗିବେ ଅଳଙ୍କାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।