ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ଜୀବନ ଭୟରେ ଘଞ୍ଚ ଜଙ୍ଗଲ ଭିତରେ ପଥର ଗୁମ୍ଫାରେ ରହୁଛନ୍ତି ଏକ ଆଦିବାସୀ ଖଡିଆ ପରିବାର। ଏପରି ଘଟଣା ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ଝାଡଖଣ୍ଡ ସୀମାନ୍ତ ମାଙ୍କଡଗୋଡା ଗାଁରେ ଘଟିଛି।
ମାଙ୍କଡଗୋଡା ଗାଁରେ ବାସ କରନ୍ତି ଶନିବାରୀ ଦେହୁରୀ ଓ ତାଙ୍କ ପରିବାର। କିନ୍ତୁ ତାଙ୍କୁ ତାଙ୍କ ପଡୋଶୀମାନେ ଝଗଡା କରିବା ପରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ଭୟଭୀତ ହୋଇ ଶନିବାରୀ ପରିବାର ସହ ଘର ଛାଡି ଝାଡଖଣ୍ଡ ଅଂଚଳକୁ ପଳାଇ ଯାଇ ସେଠାରେ ଜଙ୍ଗଲରେ ଥିବା ଏକ ପଥର ଗୁମ୍ଫାରେ ରହିଥିଲେ। ଘଟଣା ସଂପର୍କରେ ଜାଣିବା ପରେ ଝାଡଖଣ୍ଡ ପୂର୍ବ ସିଂହଭୂମ ବିଧାୟକ ସଂଜୀବ ସରଦାର ଘଟଣାସ୍ଥଳକୁ ଯାଇ ଶନିବାରୀଙ୍କ ଦୁଃଖ ବୁଝିଥିଲେ। ଏପରିକି ତାଙ୍କୁ ଖାଦ୍ୟ ଯୋଗାଇଦେଇଥିଲେ। ଏହାପରେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ବିଜେଡି ନେତା କାଶୀନାଥ ହେମ୍ବ୍ରମ ଘଟଣାସ୍ଥଳକୁ ଯାଇ ଶନିବାରୀଙ୍କୁ ଭେଟି ତାଙ୍କ ପରିବାରକୁ ସୁରକ୍ଷା ଦେବାର ପ୍ରତିଶ୍ରୁତି ଦେଇ ମାଙ୍କଡଗୋଡା ଗାଁକୁ ଫେରାଇ ଆଣିଥିଲେ। ଏନେଇ ଗୋରୁମହିଷାଣୀ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?