ଆନ୍ଦୋଳନ ବେଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ବରଗଡ଼(ଦୀପକ ଶର୍ମା): ବରଗଡ଼ ଜିଲ୍ଲାରେ ପୁଣି ଜଣେ ଚାଷୀ ଆଜି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ନାଁ ଅକୁର ବିଶି। ବରପାଲି ବ୍ଳକ କନବାର ଗାଁରେ ତାଙ୍କ ଘର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ କାଳବୈଶାଖୀ ବର୍ଷା ଯୋଗୁଁ ଜିଲ୍ଲାର ବରପାଲି ବ୍ଳକର ଅଧିକାଂଶ ଅଞ୍ଚଳରେ ଧାନ ଫସଲ ନଷ୍ଟ ହୋଇଯାଇଛି।  କ୍ଷତିପୂରଣ ଦାବିରେ ଆଜି ଶତାଧିକ ଚାଷୀ ଆନ୍ଦୋଳନକୁ ଓହ୍ଲାଇବା ସହ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଥିଲେ। ଏହି ସମୟରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।