ବାଙ୍କୀ (ସଞ୍ଜିବ କୁମାର ନାୟକ): କଟକ ଜିଲ୍ଲା ବାଙ୍କୀର ବୋତଲମା ଗାଁରେ ଜଣେ ଯୁବତୀଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ୪ ଜଣ ବ୍ୟକ୍ତି, ଯୁବତୀଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଯୁବତୀଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯିବା ପରେ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।