Advertisment

ନଦୀକୂଳରୁ ମିଳିଲା ନିଖୋଜ ଯୁବତୀଙ୍କ ମୃତଦେହ

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ମଝିଘରିଆଣୀ ମନ୍ଦିର ନିକଟସ୍ଥ ଝଞ୍ଜାବତୀ ନଦୀକୂଳରୁ ପୁଲିସ୍ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ତାଙ୍କ ନାଁ କେ.ସରୋଜିନୀ। ତାଙ୍କ ଘର ବାକିଠି ସାହିରେ ବୋଲି ଜଣାପଡ଼ିଛି। ସରୋଜିନୀ ୧୧ ତାରିଖରୁ ନିଖୋଜ ଥିବାବେଳେ ଗତକାଲି ତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା। ଆଜି କିଛି ଲୋକ ନଦୀ କୂଳରେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ସରୋଜିନୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ […]

ଅଦ୍ୟତନ ହୋଇଛି
ନଦୀକୂଳରୁ ମିଳିଲା ନିଖୋଜ ଯୁବତୀଙ୍କ ମୃତଦେହ

deadbody-found

Advertisment

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ମଝିଘରିଆଣୀ ମନ୍ଦିର ନିକଟସ୍ଥ ଝଞ୍ଜାବତୀ ନଦୀକୂଳରୁ ପୁଲିସ୍ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ତାଙ୍କ ନାଁ କେ.ସରୋଜିନୀ। ତାଙ୍କ ଘର ବାକିଠି ସାହିରେ ବୋଲି ଜଣାପଡ଼ିଛି।

Advertisment

ସରୋଜିନୀ ୧୧ ତାରିଖରୁ ନିଖୋଜ ଥିବାବେଳେ ଗତକାଲି ତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା। ଆଜି କିଛି ଲୋକ ନଦୀ କୂଳରେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

ସରୋଜିନୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ସେ ନଦୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇଥିବା ସନ୍ଦେହ କରାଯାଉଛି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହୋଇଯିବ ବୋଲି ପୁଲିସ୍ କହିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe