Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩ ଦିନ ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା୧୨ ଘଣ୍ଟାରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ୧୮ ଓ  ୧୯ ଓ୨୦ ତାରିଖ ତିନି […]

ଅଦ୍ୟତନ ହୋଇଛି
ଆହୁରି ୪ ଦିନ ବର୍ଷିବ, ଆଜି ପାଇଁ ୬ଜିଲ୍ଲାକୁ ଅରେଞ୍ଜ ଓ ୧୪ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

Heavy-Rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା୧୨ ଘଣ୍ଟାରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ୧୮ ଓ  ୧୯ ଓ୨୦ ତାରିଖ ତିନି ଦିନ ବର୍ଷା ହେବ।୧୮ ତାରିଖରେ  ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଂଜାମ ଓ ଗଜପତି, କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଓ ବରଗଡରେ ପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି।

ତେବେ ୧୯ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଲଘୁଚାପ ନେଇ ଗତକାଲି ଏସ୍‌ଆରସି କେନ୍ଦୁଝର, ଭଦ୍ରକ, ଯାଜପୁର ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ। ଏହି ଜିଲ୍ଲା ଗୁଡ଼ିକ ବୈତରଣୀ ନଦୀ ଅବବାହିକାରେ ଆସୁଥିବାରୁ ସତର୍କ ରହିବାକୁ ଏସ୍‌ଆରସି କହିଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe