Advertisment

ଅକ୍ଟୋବର ୯ରେ ପୁଣି ଏକ ଲଘୁଚାପ !

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅକ୍ଟୋବର ୯ ତାରିଖରେ ପୁଣି ଘନୀଭୂତ ହୋଇପାରେ ଆଉ ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ଘନୀଭୂତ ହେବା ଫଳରେ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୋଆ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅକ୍ଟୋବର ୧୧ ତାରିଖରେ ଏହି ଲଘୁଚାପ ଓଡ଼ିଶା ଉପକୂଳ ଛୁଇଁବ ଏବଂ ଦକ୍ଷିଣରୁ ଉତ୍ତର ଦିଗକୁ ଗତି କରି ଡିପ୍ରେସନ୍ କିମ୍ବା […]

ଅକ୍ଟୋବର ୯ରେ ପୁଣି ଏକ ଲଘୁଚାପ !

Low pressure rains

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅକ୍ଟୋବର ୯ ତାରିଖରେ ପୁଣି ଘନୀଭୂତ ହୋଇପାରେ ଆଉ ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ଘନୀଭୂତ ହେବା ଫଳରେ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୋଆ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଅକ୍ଟୋବର ୧୧ ତାରିଖରେ ଏହି ଲଘୁଚାପ ଓଡ଼ିଶା ଉପକୂଳ ଛୁଇଁବ ଏବଂ ଦକ୍ଷିଣରୁ ଉତ୍ତର ଦିଗକୁ ଗତି କରି ଡିପ୍ରେସନ୍ କିମ୍ବା ଡିପ୍ ଡିପ୍ରେସନର ରୂପ ନେବ। ଅକ୍ଟୋବର ୧୨ ତାରିଖ ସୁଦ୍ଧା ଏହି ଲଘୁଚାପ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ ବୋଲି ସିଇସି ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ ଅକ୍ଟୋବର ୯ ତାରିଖରେ ଉପକୂଳ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମାତ୍ର ଅକ୍ଟୋବର ୧୧ ତାରିଖ ରୁ ୧୩ ତାରିଖ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଡ. ସାହୁ କହିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe