ପଦ୍ମପୁର (ସୋମେଶ ଚନ୍ଦ୍ର ମହାନ୍ତି): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଗାଁରେ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଲକ୍ଷ୍ମୀକାନ୍ତ କଲେତ।
ସୂଚନା ଅନୁଯାୟୀ, ଲକ୍ଷ୍ମୀକାନ୍ତ ଓ ତାଙ୍କ ସାଙ୍ଗମାନେ ଦାଦନ ଯିବାକୁ ଥିବାରୁ ଗତକାଲି ସେମାନେ ଏକ ଭୋଜିର ଆୟୋଜନ କରିଥିଲେ। ତେବେ ବିଳମ୍ୱିତ ରାତିରେ ଲକ୍ଷ୍ମୀକାନ୍ତଙ୍କ କ୍ଷତବିକ୍ଷତ ମୃତଦେହ ତାଙ୍କ ଘର ସାମ୍ନାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କ ମୁଣ୍ଡ ଓ ବେକରେ ଗଭୀର କ୍ଷତ ଚିହ୍ନ ରହିଥିଲା। ଲକ୍ଷ୍ମୀକାନ୍ତଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଝାରବନ୍ଧ ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ଏହି ଘଟଣାରେ ପୁଲିସ୍ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।