ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ୭ ନମ୍ୱର ୱାର୍ଡର ନାଗବଣୀ ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ବାପାକୁ କାଠ ଫାଳିଆରେ ବାଡ଼େଇ ହତ୍ୟା କରିଛି ପୁଅ। ମୃତକ ହେଲେ କ୍ଷୀର ପଢ଼ିଆଳ।
ସୂଚନା ଅନୁସାରେ, କ୍ଷୀର ପଢ଼ିଆଳଙ୍କ ପୁଅ ସତ୍ୟବାନ ଦ୍ୱିତୀୟ ବିବାହ କରିବା ପାଇଁ ଚାହୁଁଥିଲେ। ହେଲେ କ୍ଷୀର ଏହାକୁ ବିରୋଧ କରୁଥିଲେ। ତେଣୁ ଅନେକ ସମୟରେ ଏହି କଥାକୁ ନେଇ ବାପ-ପୁଅଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଗତକାଲି ରାତିରେ ବି ଏ କଥାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ସତ୍ୟବାନ ବାପାଙ୍କୁ କାଠ ଫାଳିଆରେ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ କ୍ଷୀରଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ଏହି ଘଟଣା ପରେ ଗାଁ ଲୋକେ ସତ୍ୟବାନଙ୍କୁ କାବୁ କରି ଏକ ଗଛରେ ବାନ୍ଧି ଦେଇଥିଲେ। ଉଦଳା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗିରଫ କରିଥିଲା। ବାପାକୁ ବାଡ଼େଇ ବାଡ଼େଇ ହତ୍ୟା କରିଥିବା କଥା ସତ୍ୟବାନ ପୁଲିସ୍ ଆଗରେ ସ୍ୱୀକାର କରିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।