ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ। ହୁତୁ ହୁତୁ ହୋଇ ଜଳି ଗଲେ ଜଣେ ଯୁବକ। ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଏହି ଯୁବକଙ୍କ ନାଁ ବାଦଲ ସାହୁ। ତାଙ୍କ ଘର ରମ୍ଭା ଥାନା ଅନ୍ତର୍ଗତ ବୋରିଗାଁରେ। ତାଙ୍କ ଶରୀରର ଅଧିକାଂଶ ଭାଗ ଜଳି ଯାଇଛି। ତାଙ୍କ ଅବସ୍ଥା ଗୁରୁତର ରହିଛି।
ବାଦଲଙ୍କୁ ପ୍ରଥମେ ଛତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ସେଠାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ବାଦଲ ଆଜି ଅପରାହ୍ଣରେ ଏସ୍ପିଙ୍କ ଅଫିସ୍ ଅଞ୍ଚଳକୁ ଆସିଥିଲେ। ପରେ ହଠାତ୍ ଦେହରେ ପେଟ୍ରୋଲ ଢାଳି ସେ ନିଆଁ ଲଗାଇ ଦେଇଥିଲେ।
ବାଦଲଙ୍କ କାହିଁକି ଏଭଳି ପଦକ୍ଷେପ ନେଲେ, ତାହା ଜଣାପଡ଼ିନି। ତାଙ୍କର ସମସ୍ୟା ନେଇ ଏସ୍ପିଙ୍କୁ ଭେଟି କଥା ମଧ୍ୟ ହୋଇନାହାନ୍ତି ବୋଲି ଜଣାପଡ଼ିଛି। ଏ ଘଟଣା ନେଇ ଏସ୍ପି କିମ୍ବା ପୁଲିସ୍ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।