ବଣାଇ(ଓଡ଼ିଶା ରିପୋର୍ଟର): କାହିଁକି ଛେଳି ହଜେଇଲୁ କହିବାରୁ ବାପାକୁ ପିଟି ହତ୍ୟା କଲା ପୁଅ। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଆଜି ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଏହି ଗ୍ରାମର ଭୁବନ ମୁଣ୍ଡା।
ସୂଚନା ମୁତାବକ, ପୁଅ ଆକାଶ ମୁଣ୍ଡା ଛେଳି ଚରାଇବାକୁ ଜଙ୍ଗଲକୁ ଯାଇଥିଲେ। ଅପରାହ୍ନରେ ଘରକୁ ଫେରିବା ପରେ ଛେଳି ଗଣିବା ବେଳେ ଗୋଟିଏ ଛେଳି କମ୍ ଥିବା ଦେଖିବାକୁ ପାଇଥିଲେ। ଛେଳି ହଜି ଯିବାକୁ ନେଇ ତାଙ୍କୁ ବାପା ଭୁବନ ମୁଣ୍ଡା ତାଗିଦ୍ କରିଥିଲେ। ଯାହାକୁ ଦେଇ ଦୁଇ ଜଣକ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା।
ଏହି ସମୟରେ ଆକାଶ ରାଗି ଯାଇ ଏକ ବାଡ଼ି ଆଣି ବାପା ଭୁବନଙ୍କୁ ପିଟି ଥିଲେ। ସାହିପଡ଼ିଶା ଲୋକେ ଘଟଣାସ୍ଥଳରେ ପହଞ୍ଚି ଆକାଶଙ୍କୁ କାବୁ କରିଥିଲେ। ପରେ ଗୁରୁତର ଭୁବନଙ୍କୁ ଉଦ୍ଧାର କରି ଲହୁଣୀପଡ଼ା ଡାକ୍ତରଖାନକୁ ନେଇଥିଲେ। ସେଠାରେ ଚିକିତ୍ସା ଚାଲିବାର କିଛି ଘଣ୍ଟା ପରେ ତାଙ୍କର ମୃତ୍ୟୁ ହୋଇଥିଲା।
ଖବର ପାଇ ପୁଲିସ ପହଞ୍ଚି ଅଭିଯୁକ୍ତ ପୁଅକୁ ଗିରଫ କରିବା ସହ ଅଧିକ ତଦନ୍ତ ଚଳାଇଛି। ତେବେ ଏନେଇ ପୁଲିସର ପ୍ରତିକ୍ରିୟା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।