Advertisment

ପାରିବାରିକ କଳହ ନେଇ ଯୁବକଙ୍କ ଆତ୍ମହତ୍ୟା!

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଡୁବୁରୀ ଗାଁ ନିକଟ ନିର୍ମାଣଧୀନ ପାର୍କରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଡୁବୁରୀ ଗାଁର ମାୟା ବେହେରାଙ୍କ ପୁଅ ଅଜୁ ବେହେରା। ଗତକାଲି ସନ୍ଧ୍ୟାରେ କୌଣସି କଥାକୁ ନେଇ ଅଜୁଙ୍କ ସହ ପରିବାର ଲୋକଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଅଜୁ ଘରୁ କେଉଁଆଡ଼େ ଚାଲି ଯାଇଥିଲେ। ରାତିରେ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି […]

ଅଦ୍ୟତନ ହୋଇଛି
ପାରିବାରିକ କଳହ ନେଇ ଯୁବକଙ୍କ ଆତ୍ମହତ୍ୟା!

jajpur

Advertisment

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଡୁବୁରୀ ଗାଁ ନିକଟ ନିର୍ମାଣଧୀନ ପାର୍କରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଡୁବୁରୀ ଗାଁର ମାୟା ବେହେରାଙ୍କ ପୁଅ ଅଜୁ ବେହେରା।

Advertisment

ଗତକାଲି ସନ୍ଧ୍ୟାରେ କୌଣସି କଥାକୁ ନେଇ ଅଜୁଙ୍କ ସହ ପରିବାର ଲୋକଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଅଜୁ ଘରୁ କେଉଁଆଡ଼େ ଚାଲି ଯାଇଥିଲେ। ରାତିରେ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଆଜି ସକାଳେ ଗାଁ ନିକଟସ୍ଥ ନିର୍ମାଣାଧୀନ ପାର୍କର ଏକ ଗଛରୁ ଅଜୁଙ୍କ ମୃତଦେହ ଝୁଲିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପରିବାର ଲୋକ ଓ ସ୍ଥାନୀୟ ଲୋକଙ୍କୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ପାରିବାରିକ କଳହକୁ କେନ୍ଦ୍ରକୁ ନେଇ ଅଜୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe