ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ଜଣେ କଏଦୀଙ୍କ ଆଜି ମୃତ୍ୟୁ ହୋଇଯାଇଛି। ତାଙ୍କ ନାମ ମିଟୁ ବେହେରା। ସେ ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଛି।
ସୂଚନା ମୁତାବକ, ଗତ ୧ ତାରିଖ ଦିନ ବେଆଇନ ମଦ ରାନ୍ଧିବା ମାମଲାରେ ଗୋଳନ୍ଥରା ଥାନା ପୁଲିସ ୩ଜଣଙ୍କୁ ଗିରଫ କରିଥିଲା। ଯାହା ଭିତରେ ମିଟୁ ଥିଲେ। ପୁଲିସ ଏମାନଙ୍କୁ ମେଡିକାଲ ପରୀକ୍ଷା କରି ରାତି ପ୍ରାୟ ସାଢ଼େ ୯ଟାରେ କୋର୍ଟ ଚାଲାଣ କରିଥିଲା। ତାପରେ ତାଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠେଇ ଦିଆ ଯାଇଥିଲା।
ଆଜି ଜେଲରେ ମିଟୁଙ୍କ ଦେହ ଖରାପ ହୋଇଥିଲା। ସେଠାରୁ ତାଙ୍କୁ ଆଣି ମେଡିକାଲରେ ଭର୍ତି କରାଯାଇଥିଲା। କିଛି ସମୟ ଚିକିତ୍ସା ପରେ ଡାକ୍ତର ତାଙ୍କୁ ମେଡ଼ିକାଲରେ ମୃତ ଘୋଷିତ କରିଥିଲେ। ତେବେ ତାଙ୍କୁ ପୁଲିସ ପ୍ରବଳ ମାଡ଼ ମାରି ଆହତ ଅବସ୍ଥାରେ କୋର୍ଟ ଚାଲଣ କରିଥିବାରୁ ଏହା ସହି ନ ପାରି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।