ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଲୋକସେବା ଭବନ ଆଗରେ ଫିନାଇଲ ପିଇଦେଲେ ବୃଦ୍ଧ। ଆଜି ଘଟିଛି ଏହି ଅଭାବନିୟ ଘଟଣା` ଫିନାଇଲ ପିଇ ବୃଦ୍ଧ ଜଣକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ପୁଲିସ ପକ୍ଷରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫିନାଇଲ ପିଇଥିବା ବ୍ୟକ୍ତିଙ୍କ ନାଁ ରବୀନ୍ଦ୍ର ଦାସ ଓ ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡ଼ିଛି।
ପୁଲିସ ଏତଲା ରଖୁନଥିବାରୁ ମ୍ରିୟମାଣ ହୋଇ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ କରିଛନ୍ତି। ସୂଚନାନୁସାରେ ରବୀନ୍ଦ୍ରଙ୍କର କଳିଙ୍ଗ ବିହାରରେ ଏକ ଦୋକାନ ଥିଲା। ତାଙ୍କ ପାଖରେ କାମ କରୁଥିବା ଜଣେ ପିଲା ଦୋକାନକୁ କୌଶଳ କ୍ରମେ ହଡ଼ପ କରିନେଇଛି। ଏହାକୁ ନେଇ ତମାଣ୍ଡୋ ଥାନାରେ ଲିଖିତ ଅଭିଯୋଗ କରିଥିଲେ ରବୀନ୍ଦ୍ର। ଘଟଣାର ତଦନ୍ତ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିବେଦନ କରିଥିଲେ। ହେଲେ ପୁଲିସ ଏତଲା ରଖୁ ନ ଥିବା ଅଭିଯୋଗ କରି ସେ ଫିନାଇଲ ପିଇଦେଇଥିବା କହିଛନ୍ତି।
ତେବେ ଏଭଳି ଘଟଣାକୁ ନେଇ ପୁଲିସ ସାଧାରଣ ଲୋକଙ୍କ ଏତଲାକୁ ଗୁରୁତ୍ୱ ଦେଉ ନ ଥିବା ଆଲୋଚନା ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।