ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ବନ୍ଧପାଲି ନିକଟ ଇବ ନଦୀ ପଠାରୁ ଜଣେ ଯୁବକଙ୍କ କଟା ମୁଣ୍ଡ, ଗୋଟିଏ ଗୋଡ଼ ଏବଂ ଗଣ୍ଡି ମିଳିଛି । କେହି ଅତି ନୃଶଂସ ଭାବେ ହତ୍ୟା କରି ଯୁବକଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ଫୋପାଡ଼ିଥିବା ଅନୁମାନ କରାଯାଇଛି। ପୁଲିସ୍ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକଙ୍କ ପରିଚୟ ତଥା ଶରୀରର ଅନ୍ୟ ଅଂଶ ମିଳିପାରି ନାହିଁ।
ଗତ ଜାନୁଆରୀ ୧୪ ତାରିଖରେ ସୁନ୍ଦରଗଡ଼ ଟାଉନ ଥାନା ଭବାଣୀପୁରର ଗାଁ ସାଥୀଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହେବା ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ପୁଣି ଥରେ ସେହି ଘଟଣାର ପୁନରାବୃତ୍ତି ହୋଇଛି।
ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଗତ ରାତିରେ ଇବ ନଦୀ ପଠାରୁ ସଦର ଥାନା ପୁଲିସ୍ ଶରୀରର ଖଣ୍ଡବିଖଣ୍ଡିତ ଅଂଶକୁ ଉଦ୍ଧାର କରିଛି। ହେଲେ ଏଯାଏ ମୃତକଙ୍କ ୨ ହାତ, ଗୋଟିଏ ଗୋଡ଼, ଛାତି ଅଂଶ ମିଳିପାରିନାହିଁ। କେହି ଅତି ନୃଶଂସ ଭାବରେ ହତ୍ୟା କରି ଶରୀରକୁ ଖଣ୍ଡ ଖଣ୍ଡ କାଟି ନଦୀ ପଠାରେ ଫୋଫାଡ଼ି ଦେଇଥିବା ପ୍ରାଥମିକ ତଦନ୍ତରୁ ପୁଲିସ୍ ଜାଣିବାକୁ ପାଇଛି। ଆଜି ଅନ୍ୟ ଅଙ୍ଗ ସବୁ ଖୋଜା ଯିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।
Crime
ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ! ଘେରିଲେ ଗାଁ ଲୋକ
ପ୍ରଧାନଶିକ୍ଷକଙ୍କୁ ଠେଲାପେଲା କରିବା ସହିତ ବିଦ୍ୟାଳୟର ଏକ କୋଠରୀରେ ଭର୍ତ୍ତି କରି ତାଲା ପକାଇଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ABEO ସ୍କୁଲରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରିଥିଲେ
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।