ନବରଙ୍ଗପୁର (ନବଘନ ବିଷୋୟୀ): ରାଜ୍ୟରେ ପୁଣି ଲଜ୍ଜା। ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ପରେ ଜଣେ ନାବାଳିକାକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିଲ ମଝିରୁ ଝିଅଟିର ମୃତଦେହ ମିଳିଥିବା ବେଳେ ସେଠାରେ ପୁରୁଷ ଲୋକଙ୍କର ଦୁଇଟି ପ୍ୟାଣ୍ଟ ଓ ଚପଲ ମଧ୍ୟ ପଡ଼ିଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ୧୬ ବର୍ଷର ଏହି ଝିଅ ଜଣଙ୍କ ଗତକାଲି ରାତିରେ ପରିସ୍ରା କରିବାକୁ ଘରୁ ବାହାରକୁ ଯାଇଥିଲେ। ଆଉ ତା’ପରେ ନିଖୋଜ ହୋଇଯାଇଥିଲେ। ଆଜି ତାଙ୍କ ମୃତଦେହ ଠାବ କରାଯିବା ପରେ ତାଙ୍କୁ ଦୁଷ୍କର୍ମ କରି ମାରି ଦିଆଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ତଦନ୍ତ ପରେ ଘଟଣା ସମ୍ପର୍କରେ କିଛି କୁହାଯାଇପାରିବ ବୋଲି ପୁଲିସ୍ କହିଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।