ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ବିରିଡ଼ି ଥାନା ଅନ୍ତର୍ଗତ ୫୫ ନମ୍ୱର ଜାତୀୟ ରାଜପଥର ହାଜିପୁର ଛକ ନିକଟରେ
ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଏସ୍.କେ ସରିମ୍।
ଆଜି ସକାଳେ ସେ ଟ୍ୟୁସନକୁ ଯାଉଥିବା ବେଳେ ପଛପଟୁ ତାଙ୍କୁ ଏକ ଟାଟା ଏସି ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବିରିଡ଼ି ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର ଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି।
ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତି ପୂରଣ ଦେବାକୁ ଦାବି କରିଛନ୍ତି ସ୍ଥାନୀୟ ଲୋକେ। ପୋଲିସ ଓ ସ୍ଥାନୀୟ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।