ନାଳକୁ ଗାଧୋଇବାକୁ ଯାଇଥିବା ନାବାଳିକାକୁ ଦୁଷ୍କର୍ମ

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅଞ୍ଚଳରେ ଜଣେ ୧୭ ବର୍ଷୀୟ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।ପୁଲିସ୍‌ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଭାପୁର ଗାଁର ଅଲେଖ ଦିଗାଲ ଓ ହାତୀଗଡ଼ ଗାଁର ସନ୍ତୋଷ ପ୍ରଧାନ। ସୂଚନା ଅନୁସାରେ, ଜାନୁଆରୀ ୫ ତାରିଖରେ ନାବାଳିକା ଜଣକ ଗାଁ ନିକଟରେ ଥିବା ନାଳରେ ଗାଧୋଉଥିବା ବେଳେ ଅଲେଖ ଓ ସନ୍ତୋଷ ତାଙ୍କୁ ଟେକି ନେଇ ଦୁଷ୍କର୍ମ […]

arrest

arrest

Jyoshna Pradhan
  • Published: Friday, 10 January 2020
  • Updated: 10 January 2020, 02:15 PM IST

Sports

Latest News

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅଞ୍ଚଳରେ ଜଣେ ୧୭ ବର୍ଷୀୟ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।ପୁଲିସ୍‌ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଭାପୁର ଗାଁର ଅଲେଖ ଦିଗାଲ ଓ ହାତୀଗଡ଼ ଗାଁର ସନ୍ତୋଷ ପ୍ରଧାନ।

ସୂଚନା ଅନୁସାରେ, ଜାନୁଆରୀ ୫ ତାରିଖରେ ନାବାଳିକା ଜଣକ ଗାଁ ନିକଟରେ ଥିବା ନାଳରେ ଗାଧୋଉଥିବା ବେଳେ ଅଲେଖ ଓ ସନ୍ତୋଷ ତାଙ୍କୁ ଟେକି ନେଇ ଦୁଷ୍କର୍ମ କରିଥିଲେ। ଏନେଇ ଜାନୁଆରୀ ୭ ତାରିଖରେ ପୀଡ଼ିତା ଥାନାରେ ଅଭିଯୋଗ କରିଥିଲେ। ପୀଡ଼ିତାଙ୍କ ଅଭିଯୋଗ ମୁତାବକ ପୁଲିସ୍‌ ଅଲେଖ ଓ ସନ୍ତୋଷଙ୍କୁ ପଚରାଉଚରା କରିବା ପରେ ଗିରଫ କରିଥିଲା। ଗତକାଲି ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଅନ୍ୟପକ୍ଷରେ ଅଲେଖ ଓ ସନ୍ତୋଷ ନିଜକୁ ନିର୍ଦ୍ଦୋଷ ବୋଲି କହିବା ସହ ସେମାନଙ୍କୁ ଷଡ଼ଯନ୍ତ୍ର କରି ଫସାଇ ଦିଆଯାଇଥିବା ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos