ନୂଆପଡ଼ା (ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ଅନ୍ତର୍ଗତ ଧରନିମାଲ ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଯାଇଛି। ପୋଖରୀରେ ବୁଡ଼ି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ମୃତ ନାବାଳିକାଙ୍କ ନାଁ ଖୁସ୍ବୁ ପ୍ରିୟା ସାହୁ। ତାଙ୍କୁ ମାତ୍ର ୧୧ ବର୍ଷ ହୋଇଥିଲା।
ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବା ଅନ୍ୟ ଦୁଇ ନାବାଳିକାଙ୍କୁ ଖଡ଼ିଆଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଖୁସ୍ଲି ସାହୁ (୮) ଓ ଉପାସନା ସାହୁ (୭)। ଏ ତିନି ଜଣ ସମ୍ପର୍କରେ ଭଉଣୀ ହେବେ।
ଆଜି ସକାଳେ ତିନି ଭଉଣୀ ସେମାନଙ୍କ ଆଈଙ୍କ ସହିତ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉ ଗାଧୋଉ ସେମାନେ ଗଭୀର ପାଣିକୁ ଚାଲି ଯାଇଥିଲେ। ସେମାନଙ୍କୁ ସେମାନଙ୍କ ଆଈ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଖୁସ୍ବୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଅନ୍ୟ ଦୁଇଜଣଙ୍କୁ ଖଡ଼ିଆଳ ଡାକ୍ତରଖାନାକୁ ନିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।