ପୁରୀ(ଓଡ଼ିଶା ରିପୋର୍ଟର): ଟ୍ରେନ୍ ସିଟ୍ ତଳୁ ନବଜାତ ଶିଶୁ ଉଦ୍ଧାର। ପୁରୀ ଆରପିଏଫ ଦ୍ୱାରା ଉଦ୍ଧାର ହୋଇଛି ଏହି ନବଜାତ ଶିଶୁ। ଆଜି ପୁରୀ ରେଳଷ୍ଟେସନର ୪ ନମ୍ବର ପ୍ଲାଟଫର୍ମରେ ଛିଡା ହୋଇଥିବା ତପସ୍ଵିନୀ ଏକ୍ସପ୍ରେସର ଏକ ବଗି ଭିତର ସିଟ୍ ତଳୁ ଏହି ନବଜାତ ଶିଶୁକୁ ଉଦ୍ଧାର କରାଯାଇଛି। ଆରପିଏଫ୍ ପକ୍ଷରୁ ଯାଞ୍ଚ ଚାଲିଥିବା ବେଳେ ବଗି ଭିତରେ ଶିଶୁ କାନ୍ଦ ଶୁଣିବାକୁ ମିଳିଥିଲା। ଆରପିଏଫ୍ କର୍ମଚାରୀ ଯାଇ ଦେଖନ୍ତି ଏକ ଶିଶୁକୁ କେହି ସିଟ୍ ତଳେ ଛାଡ଼ି ଦେଇ ଚାଲିଯାଇଛନ୍ତି।
ଉଦ୍ଧାର ପରେ ଶିଶୁକୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି। ଶୁଶୁ ପାଖରେ ଆରପିଏଫ ଓ ଚାଇଲ୍ଡ ଲାଇନ୍ ଷ୍ଟାଫ୍ ମୁତୟନ ରହିଛନ୍ତି।
ତେବେ କିଏ ଏହି ଶିଶୁ ଛାଡ଼ି ଯାଇଛି ସେ ନେଇ ଜଣାପଡ଼ିନି। ଆରପିଏଫ୍, ଜିଆରପି ଓ ପୁଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ପ୍ରାରମ୍ଭିକ ଭାବେ ଷ୍ଟେସନର ସିସିଟିଭି ଫୁଟେଜ ଯାଞ୍ଚ କରାଯାଉଛି। ତେବେ ଏହି ଘଟଣା ବୁଦ୍ଧିଜୀବୀ ମହଲରେ ଉଦ୍ବେଗର ବିଷୟ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।