କଟକ(ଦେବାଶିଷ ମହାନ୍ତି): କଟକ ସହର ସ୍ଥିତ ଯୋବ୍ରା ମାଟିଆ ମଙ୍ଗଳା ସାହିରେ ଛୁରାମାଡ଼ରେ ଆହତ ହୋଇଥିବା ତପନ ନାୟକଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଗତକାଲି ରାତିରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି।
ଗତକାଲି ରାତିରେ ସ୍ଥାନୀୟ ଦୁଇ ଜଣ ଯୁବକ ତାଙ୍କୁ ଘରେ ପଶି ଆକ୍ରମଣ କରିଥିଲେ। ଛୁରାମାଡ଼ରେ ତପନଙ୍କ ଶରୀରର ୫ଟି ସ୍ଥାନରେ ଆଘାତ ଲାଗିଥିଲା।
ଯୋବ୍ରା ବ୍ୟାରେଜ୍ରେ ମାଛଧରାକୁ ନେଇ ତପନଙ୍କୁ ଆକ୍ରମଣ କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମାଲଗୋଦାମ ପୁଲିସ୍ ଘଟଣାର ତଦନ୍ତ କରୁଛି।
ସୂଚନାଯୋଗ୍ୟ, ତପନଙ୍କ ନାଁରେ ଅନେକ ଅପରାଧିକ ମାମଲା ରହିଥିଲା। ସେ କିଛି ଦିନ ହେବ ଜାମିନ୍ରେ ଆସିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।