ସୋର (ନିରଞ୍ଜନ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ମୂଳିସିଂ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିଗଛି ଗାଁରେ ଘଟିଛି ଏକ ଦୁଃଖଦ ଘଟଣା। ଆଜି ଏଠାରେ ଏକ ଦେଢ଼ ବର୍ଷର ଶିଶୁପୁତ୍ର କିରୋସିନି ପିଇ ଦେବାରୁ ତା’ର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।
ମୃତ ଶିଶୁର ନାଁ ଦେବାଶିଷ ପୁଥାଳ। ତା’ ବାପାଙ୍କ ନାଁ ଗୁରୁପ୍ରସାଦ ପୁଥାଳ। ଆଜି ସକାଳେ ଗୁରୁପ୍ରସାଦ ଓ ତାଙ୍କ ପତ୍ନୀ ବିଲକୁ ଯାଇଥିଲେ। ଘରେ ଅନ୍ୟ ସଦସ୍ୟଙ୍କ ସହିତ ଥିଲା ଦେବାଶିଷ। ସେ ଘରେ ଖେଳୁଥିବା ବେଳେ ଏକ ବୋତଲରେ ଥିବା କିରୋସିନି ପିଇ ଦେଇଥିଲା l ଘରର ଜଣେ ସଦସ୍ୟ ତା’ ହାତରେ କିରୋସିନି ବୋତଲଟିକୁ ଦେଖିଥିଲେ। ଏହା ପରେ ଦେବାଶିଷ ବାନ୍ତି କରିଥିଲେ। ତାଙ୍କ ବାନ୍ତିରେ ରକ୍ତ ମଧ୍ୟ ପଡ଼ିଥିଲା।
ସଙ୍ଗେ ସଙ୍ଗେ ଗାଁ ଲୋକଙ୍କ ସହାୟତାରେ ଛୁଆଟିକୁ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ଡାକ୍ତରଖାନାରେ ପହଞ୍ଚିଲା ବେଳକୁ ତା’ର ମୃତ୍ୟୁ ହୋଇଯାଇଥିଲା। ଏହି ଘଟଣାରେ ପୂରା ଗାଁରେ ଶୋକରଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’