ନୂଆପଡ଼ା(ମାୟାଧର ସରାଫ୍): ରାସ୍ତା ଖରାପ ଯୋଗୁ ଗାଁକୁ ଗାଡ଼ି ଆସିପାରିଲାନି। ତେଣୁ ଖଟିଆରେ ବୁହା ହେଲେ ରୋଗୀ। ଏଥର ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ୍ ବାଗପଡ଼ା ଗାଁରେ।
ଗାଁର ଧନେଶ୍ୱର ମାଝୀଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ପରିବାର ଲୋକେ ନିକଟସ୍ଥ ଖଡ଼ିଆଳ ସରକାରୀ ଡାକ୍ତରଖାନାକୁ ନେବାକୁ ଯୋଜନା କଲେ। ତେଣୁ ସେମାନେ ଏକ ବୋଲେରୋକୁ ଫୋନ୍ କରିଥିଲେ। ହେଲେ ରାସ୍ତା ଖରାପ ଥିବାରୁ ବୋଲେରୋ ଗାଁ ଭିତରକୁ ଯାଇପାରି ନଥିଲା। ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ତାଙ୍କ ଏକ ଖଟିଆରେ ବୋହି ବୋଲେରୋ ନିକଟକୁ ଆଣିଥିଲେ। ସେମାନେ ଧନେଶ୍ୱରଙ୍କୁ ପ୍ରାୟ ଦୁଇ କିଲୋମିଟ ଖଟରେ ବୋହି ଆଣିଥିଲେ।
ଏବେ ଖଡ଼ିଆଳ ଡାକ୍ତରଖାନାରେ ଧନେଶ୍ୱର ଚିକିତ୍ସିତ ହେଉଛନ୍ତି। ସେ ସୁସ୍ଥ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।