Advertisment

ଜମିରୁ କାମ ସାରି ଫେରୁଥିଲେ, ଆକାଶରୁ ଖସିଲା ମୃତ୍ୟୁ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକର ବିଭିନ୍ନ ଅଞ୍ଚଳରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଛି। ଫଳରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅଜିତ କୁମାର ସିଂମହାପାତ୍ର । ତାଙ୍କ ଘର ପୁଟୁର ଗାଁରେ। ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଘଟିଛି ଏହି ଅଘଟଣ। ଅନୀଲ ଜମିରୁ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ସେ ଅଚେତ ହୋଇ ପଡ଼ିଥିଲେ। ତାଙ୍କୁ ସ୍ଥାନୀୟ […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ଦିନ ୧୨ଟା ଯାଏ ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ

lighting

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକର ବିଭିନ୍ନ ଅଞ୍ଚଳରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଛି। ଫଳରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅଜିତ କୁମାର ସିଂମହାପାତ୍ର । ତାଙ୍କ ଘର ପୁଟୁର ଗାଁରେ।

Advertisment

ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଘଟିଛି ଏହି ଅଘଟଣ। ଅନୀଲ ଜମିରୁ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ସେ ଅଚେତ ହୋଇ ପଡ଼ିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।