ଅଦ୍ୟତନ ହୋଇଛି
lighting
Advertisment
ଜଳେଶ୍ୱର(ଅଜିତ ଦାସ): ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକର ବିଭିନ୍ନ ଅଞ୍ଚଳରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଛି। ଫଳରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅଜିତ କୁମାର ସିଂମହାପାତ୍ର । ତାଙ୍କ ଘର ପୁଟୁର ଗାଁରେ।
Advertisment
ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ବେଳେ ଘଟିଛି ଏହି ଅଘଟଣ। ଅନୀଲ ଜମିରୁ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ସେ ଅଚେତ ହୋଇ ପଡ଼ିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2018/08/lighting-23.jpg)