ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବଲାଙ୍ଗିର: ବଲାଙ୍ଗିର ଟାଉନ ଟିକିରାପଡ଼ାରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ଉତ୍ତ୍ୟକ୍ତ ହୋଇ ଜଣେ ବ୍ୟକ୍ତି ନିଜ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ ଜୟଶ୍ରୀ ସାହୁ। ଆଜି ଭୋରରୁ ଏହି ହତ୍ୟାକାଣ୍ଡ ଘଟିଛି। ସୂଚନା ପାଇ ପୋଲିସ ଗାଁରେ ପହଞ୍ଚି ଜୟଶ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଅଭିଯୁକ୍ତ ସ୍ୱାମୀ ଶ୍ରୀନିବାସ ସାହୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।