ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଜଣେ ମହିଳାଙ୍କୁ ଲୁଟେରାଙ୍କ କବଳରୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ଯୁବକ। ଗୁରୁତର ଯୁବକଜଣକ ଏବେ ମୃତ୍ୟୁ ସହ ସଂଘର୍ଷ କରୁଥିବା ବେଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଆଜି ସକାଳେ ବାଲେଶ୍ୱର ପ୍ରଜାପିତା ବ୍ରହ୍ମାକୁମାରୀ ରୋଡ୍ରେ ହୋଇଛି।
ମହିଳାଜଣକ ସକାଳେ ମର୍ଣ୍ଣିୱାକ କରୁଥିଲେ। ଏହି ସମୟରେ ୨ ଲୁଟେରା ତାଙ୍କ ହାର ଝାମ୍ପି ନେଇଥିଲେ। ମହିଳାଜଣକ ଚିତ୍କାର କରିବାରୁ ଉକ୍ତ ରାସ୍ତା ଦେଇ ଯାଉଥିବା ଜଣେ ଯୁବକ ଲୁଟେରାଙ୍କୁ ପ୍ରତିରୋଧ କରିଥିଲେ। ସଂଘର୍ଷ ବେଳେ ଲୁଟେରାଙ୍କ ଛୁରା ମାଡ଼ରେ ଯୁବକଜଣକ ଗୁରୁତର ହୋଇଛନ୍ତି।
ଯୁବକଙ୍କ ବେକରେ ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟପକ୍ଷରେ ଦୁଇଜଣ ଲୁଟେରାଙ୍କ ମଧ୍ୟରୁ ଜଣେ ଲୁଟେରା ଚମ୍ପଟ ମାରିଥଇବା ବେଳେ ଅନ୍ୟଜଣଙ୍କୁ ପୋଲିସ ଜିମା ଦେଇଛନ୍ତି ସ୍ଥାନୀୟ ଲୋକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।
Miscellaneous
ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର
ପ୍ରତ୍ୟେକ ଗାଁରେ ସର୍ଭେ କରିବେ ନିର୍ଦ୍ଦିଷ୍ଟ ବ୍ଲକ କର୍ମଚାରୀ। ଗ୍ରାମସଭା ଡାକି ସମସ୍ତ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ଅନୁମୋଦନ କରାଯିବ।
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।