କଣ୍ଟାବାଞ୍ଜି(ଅନ୍ତିମ ପାଣିଗ୍ରାହୀ): ନାଳ ପାଣିକୁ କେନ୍ଦ୍ର କରି ହୋଇଛି ରକ୍ତାକ୍ତ ସଂଘର୍ଷ। ଏପରିକି ଜଣେ ଯୁବକଙ୍କ କଟୁରୀ ଚୋଟରେ ପଡ଼ୋଶୀ ଘରର ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ଜଣାଯାଇଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଦୁଇ ନମ୍ବର ୱାର୍ଡରେ ଘଟିଛି ଏପରି ଅଭାବନୀୟ ଘଟଣା। ଗୁରୁତରଜଣକ ହେଲେ କଣ୍ଟାବାଞ୍ଜି ସହର ଚିଙ୍ଗୁଡ଼ିପଡାର ଦିଲୀପ ରଣା ।
ଦିଲୀପଙ୍କ ପୁତୁରା ଡୋଳାମଣିଙ୍କ କହିବା ଅନୁସାରେ, ଦୁଇ ଦିନ ହେବ କଣ୍ଟାବାଞ୍ଜି ସହରରେ ପ୍ରବଳ ବର୍ଷା ହେଉଥିବାରୁ ନାଳ ପାଣି ପଡୋଶୀ ସୋନୁ ନାଏକଙ୍କ ଘରେ ପଶି ଯାଇଥିଲା । ଏହାକୁ କେନ୍ଦ୍ର କରି ଗତକାଲି ରାତିରେ ଉଭୟ ଦିଲୀପ ଓ ପଡୋଶୀ ସୋନୁ ନାଏକଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ସୋନୁ ଏକ କଟୁରୀରେ ଦିଲୀପଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କଣ୍ଟାବାଞ୍ଜି ଓ ସେଠାରୁ ବଲାଙ୍ଗୀର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ସୋନୁଙ୍କୁ ଅଟକ ରଖି ଅଧିକ ତଦନ୍ତ କରୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।