ନବରଙ୍ଗପୁର (ନବଘନବିଶୋୟୀ ) : ପୁଣି ଜନନୀ ଯନ୍ତ୍ରଣା। ଖଟିଆରେ ବୁହା ହେଲେ ଗର୍ଭବତୀ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକର କୁର୍ଷି ପଞ୍ଚାୟତରେ ପୁଣି ଥରେ ଏପରି ଘଟଣା ନଜରକୁ ଆସିଛି।
କୁର୍ଷି ପଞ୍ଚାୟତ ଭାଲୁଡ଼ଙ୍ଗରି ଗାଁର ରୀନା ସାନ୍ତାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକ ପ୍ରଥମେ ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ । ହେଲେ ଭଲ ରାସ୍ତା ନଥିବାରୁ ଗାଁରେ ଆମ୍ବୁଲାନ୍ସ ପହଞ୍ଚି ପାରିନଥିଲା । ଏହାପରେ ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ଏକ ଖଟିଆରେ ଗର୍ଭବତୀଙ୍କୁ ବୋହି ଗାଁଠାରୁ ପ୍ରାୟ ୨ କିଲୋମିଟର ଦୂରକୁ ଆଣିଥିଲେ। ହେଲେ ଆଣିବା ବାଟରେ ଜଙ୍ଗଲ ଭିତରେ ମହିଳା ଜଣକ ଶିଶୁ କନ୍ୟା ଜନ୍ମ ଦେଇଥିଲେ ।
ପ୍ରସବ ପରେ ପରିବାର ଲୋକେ ମହିଳାଙ୍କୁ ଖଟିଆ ଯୋଗେ ପୁଣିଥରେ ନିଜ ଘରକୁ ନେଇଯାଇଥିଲେ । ଏବେ ଉଭୟ ମା’ ଓ ନବଜାତ ଶିଶୁ କନ୍ୟା ସୁସ୍ଥ ଥିବା ଜଣାପଡିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।