ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଜେଲରେ ବିଚାରାଧୀନ କଏଦୀଙ୍କ ଗଳାକାଟି ହତ୍ୟା ଉଦ୍ୟମ। ଏହି କଏଦୀ ଜଣକ ଦୁର୍ଦ୍ଦାନ୍ତ ଅପରାଧି ଧୀରେନ୍ଦ୍ରନାଥ ଓରଫ୍ ପପୁ ବରାଳ। ତାଙ୍କୁ ଜେଲ୍ ଭିତରେ କିଏ କାହିଁକି ହତ୍ୟା ଉଦ୍ୟମ କରିଛି ଜଣାପଡ଼ିନାହିଁ। ପୁଲିସ କିମ୍ବା ଜେଲ କର୍ତ୍ତୃପକ୍ଷ ଏ ନେଇ କୌଣସି ମତ ଦେଇନାହାନ୍ତି। ତେବେ ଏନେଇ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଯାଇଛି। କୌଣସି ବିବାଦରୁ ଜେଲ୍ ଭିତରେ ଏଭଳି ଅଭାବନୀୟକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଯାହାକୁ ନେଇ ଜେଲ ଭିତରେ କଏଦୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏବେ ସେ ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ବେକରେ ଷ୍ଟିଜ୍ କରାଯିବା ପରେ ଜେନେରାଲ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ପୁଲିସ ଫୋର୍ସ ତାଙ୍କୁ ରୋଗୀ ଶଯ୍ୟା ନିକଟରେ ଜଗି ରହିଛନ୍ତି।
ସୂଚନା ଥାଉକି, ଦଦାବଟି ମାମଲାରେ ଚଳିତମାସ ୨୩ ତାରିଖରେ ସମୁଦ୍ରକୂଳ ଥାନା ପୁଲିସ ଦ୍ୱାରା ଗିରଫ ହୋଇଥିଲେ ପପୁ ବରାଳ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।