ମୋହନା (ମିହିର ଯତି): ସ୍କୁଲ ଯାଉଥିବା ବେଳେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କରି ଗାଁର ଜଣେ ଯୁବକ ଉଠାଇ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିଛି ଗଜପତି ଜିଲ୍ଲା ରାମଗିରି ଥାନା ଅଞ୍ଚଳରୁ।
ପୀଡ଼ିତାଙ୍କ ଦାଦାଙ୍କ ଅଭିଯୋଗ ଅନୁସାରେ, ଗତକାଲି ତାଙ୍କ ଝିଆରୀ ସ୍କୁଲକୁ ଯାଉଥିଲେ। ଏହି ସମୟରେ ଅଭିଯୁକ୍ତ ତାଙ୍କୁ ରାସ୍ତାରୁ ଉଠାଇ ନେଇ କିଛି ଦୂରରେ ଦୁଷ୍କର୍ମ କରିଥିଲା। ତାଙ୍କ ଚିତ୍କାର ଶୁଣି ଗାଁର ଜଣେ ବ୍ୟକ୍ତି ସେଠାରେ ପହଞ୍ଚି ଯିବାରୁ ଅଭିଯୁକ୍ତ ସେଠାରୁ ଖସି ପଳାଇଥିଲା। ଉକ୍ତ ବ୍ୟକ୍ତି ତାଙ୍କ ଝିଆରୀଙ୍କୁ ଉଦ୍ଧାର କରି ଘରକୁ ଆଣିଥିଲେ।
ଏ ନେଇ ଅଭିଯୋଗ ହେବା ପରେ ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୁଲିସ୍ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଇବା ସହ ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ: କଂଗ୍ରେସର ୧୨ ବିଧାୟକ ଏକକାଳୀନ ନିଲମ୍ବିତ, ମୁହାଁମୁହିଁ ସ୍ଥିତି
ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ଦିନଠୁ କଂଗ୍ରେସ ରାଜ୍ୟରେ ମହିଳା ନିର୍ଯାତନା ମାମଲା ବୃଦ୍ଧି ପାଉଥିବା ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଥିଲା । ବିଜେଡି ବିଧାୟକମାନେ ମଧ୍ୟ ପୋଷ୍ଟର ଧରି ପ୍ରତିବାଦ କରୁଛନ୍ତି । ମାତ୍ର କଂଗ୍ରେସ ବିଧାୟକମାନେ ଘଣ୍ଟ, ତୁରୀ ଓ ହୁଇସିଲ୍ ବଜାଇ ପ୍ରତିବାଦ କରି ଗୃହ କାର୍ଯ୍ୟରେ କ୍ରମାଗତ ବାଧା ସୃଷ୍ଟି କରୁଥିଲେ ।

Special
ରାଗିଂର ହଟ୍ସ୍ପଟ୍ ବ୍ରହ୍ମପୁର ମେଡିକାଲ୍ କଲେଜ!
2022ରୁ 2024 ପର୍ଯ୍ୟନ୍ତ ତିନି ବର୍ଷର ତଥ୍ୟକୁ ଦେଖିଲେ, ବ୍ରହ୍ମପୁର ମେଡିକାଲ୍ କଲେଜରୁ 25ଟି ଅଭିଯୋଗ ଆସିଛି, ଯାହାକି ଦେଶରେ ଥିବା ଅନ୍ୟାନ୍ୟ ମେଡିକାଲ କଲେଜ ଭିତରେ ସବୁଠାରୁ ଅଧିକ ରହିଛି।

Politics
ବେଲଗାମ୍ ପ୍ରଶାସନ, ମାନୁନାହାନ୍ତି ସଚିବ: ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନାହାନ୍ତି ୮ସଚିବ
ଆଇଏଏସ୍ ଅଫିସରମାନେ ଜିଲ୍ଲା ଗସ୍ତରେ ଯାଇ ରାତ୍ରି ରହଣୀ କରିବାରେ ଆଗ୍ରହ ଦେଖାଉନଥିବା, ଏପରିକି ପ୍ରାୟ ୧୦ଜଣ ସଚିବ(ବରିଷ୍ଠ ଆଇଏଏସ) ବିଗତ ୬ମାସ ମଧ୍ୟରେ ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନଥିବାର ଅଭାବନୀୟ ଚିତ୍ର ପଦାକୁ ଆସିଛି ।

Politics
ଆଉ ନିର୍ବାଚନ ଲଢ଼ିବେ ନାହିଁ ନିରଞ୍ଜନ, ଅନ୍ୟ ବରିଷ୍ଠ ନେତାଙ୍କୁ ଦେଲେ ଇସାରା
ପୂର୍ବତନ ପିସିସି ସଭାପତି ନିରଞ୍ଜନଙ୍କ ବୟାନ ଏଭଳି ସମୟରେ ଆସିଛି ଯେତେବେଳେ କି ଦଳରେ ପୁରୁଖା ନେତାମାନଙ୍କୁ ଏକଜୁଟ କରିବାରେ ବର୍ତ୍ତମାନର ପିସିସି ସଭାପତି ଭକ୍ତଚରଣ ଦାସ ଲାଗି ପଡ଼ିଛନ୍ତି ।

Special
ଦୁର୍ନୀତିରେ ଉବୁଟୁବୁ ‘ଅଳକା’!
ପରିଚାଳନା ପରିଷଦ ବୈଠକ ଜରିଆରେ ବହୁମତକୁ ଗୁରୁତ୍ୱ ନ ଦେଇ ସଭାପତି ବିଶ୍ୱଜିତ୍ ରାଉତ ଅନେକ ମନମୁଖୀ ନିଷ୍ପତ୍ତି ନେବା ଯୋଗୁଁ, ସେଠାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦରମା ବଢ଼ିପାରୁନଥିବାବେଳେ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଲକ୍ଷ ଲକ୍ଷ ଟଙ୍କା ଭଡ଼ା ନ ଦେଇ ଠକି ଚାଲିଛନ୍ତି।