ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର। କମିଟି ଗଠନ ସଂପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନାଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ବହୁ ବରିଷ୍ଠ ଡାକ୍ତର, ବୈଜ୍ଞାନିକ ସଦସ୍ୟ ଅଛନ୍ତି। ଡାକ୍ତର ଦେବୀ ସେଟ୍ଟୀ, ରମାକାନ୍ତ ପଣ୍ଡା କମିଟିରେ ଅଛନ୍ତି।
କମିଟି ରାଜ୍ୟରେ କରୋନା ପରିଚାଳନା ନେଇ ପରାମର୍ଶ ଦେବେ। ଟିକାକରଣ, ପରବର୍ତ୍ତୀ ଲହର ସମ୍ଭାବନା ବିଷୟରେ ପରାମର୍ଶ ଦେବେ। କମିଟିର ପରାମର୍ଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେବେ।
କମିଟି ଯେଉଁ ପରାମର୍ଶ ଦେବେ, ତାହା ଶୀଘ୍ର କାର୍ଯ୍ୟକାରୀ କରାଯିବ। ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ସଂପର୍କରେ ମଧ୍ୟ ସୂଚନା ଦେଲେ ମୁଖ୍ୟଶାସନ ସଚିବ। ୩.୮ କୋଟି ଟିକା କିଣିବାକୁ ଟେଣ୍ଡର ଡକାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି। ୪ ମାସ ମଧ୍ୟରେ ସମସ୍ତ ସପ୍ଲାଇ ଦେବାକୁ କୁହାଯାଇଛି। ସଫଳ ବିଡିଂ ହେଲେ ମେ’ ୨୮ ପରେ ଆମେ ଟିକା କିଣିପାରିବା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।