Advertisment

୩.୮ କୋଟି ଟିକା କିଣିବାକୁ ଟେଣ୍ଡର ଡକାଯାଇଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର। କମିଟି ଗଠନ ସଂପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନାଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି।  କମିଟିରେ ବହୁ ବରିଷ୍ଠ ଡାକ୍ତର, ବୈଜ୍ଞାନିକ ସଦସ୍ୟ ଅଛନ୍ତି। ଡାକ୍ତର ଦେବୀ ସେଟ୍ଟୀ, ରମାକାନ୍ତ ପଣ୍ଡା କମିଟିରେ ଅଛନ୍ତି। କମିଟି ରାଜ୍ୟରେ କରୋନା ପରିଚାଳନା ନେଇ ପରାମର୍ଶ ଦେବେ। ଟିକାକରଣ, ପରବର୍ତ୍ତୀ ଲହର […]

ଅଦ୍ୟତନ ହୋଇଛି
ନିଜ କାର୍ଯ୍ୟକାଳ ଅବଧି ବଢ଼ିବା ବି ଜାଣିନଥିଲେ ମୁଖ୍ୟ ସଚିବ!

suresh mahaptra

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର। କମିଟି ଗଠନ ସଂପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନାଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି।  କମିଟିରେ ବହୁ ବରିଷ୍ଠ ଡାକ୍ତର, ବୈଜ୍ଞାନିକ ସଦସ୍ୟ ଅଛନ୍ତି। ଡାକ୍ତର ଦେବୀ ସେଟ୍ଟୀ, ରମାକାନ୍ତ ପଣ୍ଡା କମିଟିରେ ଅଛନ୍ତି।

Advertisment

କମିଟି ରାଜ୍ୟରେ କରୋନା ପରିଚାଳନା ନେଇ ପରାମର୍ଶ ଦେବେ। ଟିକାକରଣ, ପରବର୍ତ୍ତୀ ଲହର ସମ୍ଭାବନା ବିଷୟରେ ପରାମର୍ଶ ଦେବେ। କମିଟିର ପରାମର୍ଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେବେ।

କମିଟି ଯେଉଁ ପରାମର୍ଶ ଦେବେ, ତାହା ଶୀଘ୍ର କାର୍ଯ୍ୟକାରୀ କରାଯିବ। ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ସଂପର୍କରେ ମଧ୍ୟ ସୂଚନା ଦେଲେ ମୁଖ୍ୟଶାସନ ସଚିବ। ୩.୮ କୋଟି ଟିକା କିଣିବାକୁ ଟେଣ୍ଡର ଡକାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି। ୪ ମାସ ମଧ୍ୟରେ ସମସ୍ତ ସପ୍ଲାଇ ଦେବାକୁ କୁହାଯାଇଛି। ସଫଳ ବିଡିଂ ହେଲେ ମେ’ ୨୮ ପରେ ଆମେ ଟିକା କିଣିପାରିବା ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe